Sunday, 17 May 2026
ଯାଜପୁର

ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ: ଜଣେ ମୃତ, ୩ ଆହତ

ଯାଜପୁର: ଯାଜପୁର ଜିଲ୍ଲା ଏନଏଚ-୧୬ ଚଣ୍ଡିଖୋଲ ଛକ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁଯାଇ ପଶ୍ଚିମବଙ୍ଗରୁ ଏହି ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏନଏଚ-୧୬ ଚଣ୍ଡିଖୋଲ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ପାଖରେ ଛିଡା ହୋଇଥିବା ଏକ ଡମ୍ଫରକୁ ପଛରୁ ଧକ୍କା ଦେଇଥିଲା।

ଯାହା ଫଳରେ ଆମ୍ବୁଲାନ୍ସରେ ଥିବା ରୋଗୀ ସହ ଚାରି ଜଣକ ମଧ୍ୟରୁ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଥିବା ଏନଏଚ ପାଟ୍ରୋଲିଙ୍ଗ ଅଫିସର ସୁଶୀଲ କୁମାର ପାଣିଗ୍ରାହୀ ସୂଚନା ପ୍ରଦାନ କରିଛନ୍ତି।

ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରିଥିବା ଚଣ୍ଡିଖୋଲ  ଅଗ୍ନିଶମ  କର୍ମଚାରୀ ସୀତାରାମ୍ ଶର୍ମା କହିଛନ୍ତି।

ଆମ୍ବୁଲାନ୍ସ ଡ୍ରାଇଭରଙ୍କର ଆଖି ଲାଗି ଯାଇଥିବାରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି।

Leave a Reply

Your email address will not be published. Required fields are marked *

Suchana Tv @2025. All Rights Reserved || Developed By CBSPL