Sunday, 17 May 2026
ଭୁବନେଶ୍ୱର ରାଜ୍ୟର ପ୍ରମୁଖ ସହର

କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍

କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍। ଖୁବଶୀଘ୍ର ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏବେ କ୍ୟାପିଟାଲ ହସପିଟାଲରେ ୧୬ଟି ଆଇସିୟୁ ବେଡ୍ ରହିଛି। ଖୁବଶୀଘ୍ର ଆଉ ୨୪ଟି ନୂଆ ଆଇସିୟୁ ବେଡ୍ ସାମିଲ ହେବ ବୋଲି ରୋଗୀ କଲ୍ୟାଣ ସମିତି ବୈଠକରେ ନିଷ୍ପତ୍ତି ହୋଇଛି। ଆଜି କ୍ୟାପିଟାଲ ହସ୍ପିଟାଲରେ ବସିଥିବା ରୋଗୀ କଲ୍ୟାଣ ସମିତି ଗଭର୍ଣ୍ଣିଂ କମିଟି ବୈଠକରେ ହସ୍ପିଟାଲ ସମ୍ପର୍କିତ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ସାଂସଦଙ୍କ କହିବା ଅନୁଯାୟୀ, ପ୍ରତି ମାସରେ ହସ୍ପିଟାଲକୁ ୧ ହଜାର ୪୩୨ଟି ଡାଇଲେସିସ କେସ୍ ଆସୁଛି। ଏବେ ଯେତିକି ବେଡ୍ ରହିଛି, ପ୍ରତ୍ୟେକ ବେଡରେ ଦୈନିକ ୩ଟି ସିଟିଂରେ ଡାଇଲେସିସ କରାଯାଉଛି। ଏହାକୁ ଦୈନିକ ୪କୁ ବୃଦ୍ଧି କରାଯିବାର ଯୋଜନା ରହିଛି। ଅର୍ଥାତ ୪ଟି ସିଟିଂରେ ଡାଇଲେସିସ କରାଯିବ। ସେହିପରି ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରିବାକୁ ନିଷ୍ପତ୍ତି ହୋଇଛି। ଏହା ସହିତ ହସ୍ପିଟାଲରେ ମନ୍ଥର ଗତିରେ ଚାଲିଥିବା ନିର୍ମାଣ କାର୍ଯ୍ୟକୁ ଯଥା ଶୀଘ୍ର ସାରିବାକୁ ମଧ୍ୟ R&B ବିଭାଗକୁ କୁହାଯାଇଥିବା ସୂଚନା ରହିଛି। ତେବେ ଦୈନିକ ହସ୍ପିଟାଲରେ ରୋଗୀ ସଂଖ୍ୟା ବୃଦ୍ଧି ହେଉଥିବା ବେଳେ କିପରି ରୋଗୀ ସେବା ସଠିକ୍ ଯୋଗାଇ ଦିଆଯାଇ ପାରିବ, ସେନେଇ ବୈଠକରେ ଆଲୋଚନା ହୋଇଛି। ବୈଠକରେ ଭୁବନେଶ୍ୱର ସାଂସଦଙ୍କ ସମେତ ଭୁବନେଶ୍ୱର ମଧ୍ୟ ଏବଂ ଏକାମ୍ର ବିଧାୟକ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ହସ୍ପିଟାଲର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।ଏହି ଅବସରରେ ଭୁବନେଶ୍ୱର ସାଂସଦ ପ୍ରତିନିଧି ବିମଳ କୁମାର ରାଉଳ, ଯଶୋଦା ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ

Leave a Reply

Your email address will not be published. Required fields are marked *

Suchana Tv @2025. All Rights Reserved || Developed By CBSPL