Sunday, 17 May 2026
ଖୋର୍ଦ୍ଧା ଭୁବନେଶ୍ୱର

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ହେବ ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ହେବ ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍

ଓଡ଼ିଶାରୁ ଭାଗନେବେ ସର୍ବମୋଟ୍ ୭୮ଜଣ କ୍ରୀଡ଼ାବିତ୍‌
ଭୁବନେଶ୍ୱର, ଡ଼ିସେମ୍ବର 4(ବ୍ୟୁରୋ): ଆସନ୍ତା ଡିସେମ୍ବର ୭ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଠାରେ ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍ ଅନୁଷ୍ଠିତ ହେବ। ପାଞ୍ଚ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ ପ୍ରାୟ ୨୦୦୦ କ୍ରୀଡ଼ାବିତ୍‌ ଭାଗ ନେଉଥିବାର ସୂଚନା ମିଳିଛି।
ହରିୟାଣାରୁ ସର୍ବାଧିକ ୧୫୦ ଜଣ କ୍ରୀଡ଼ାବିତ୍‌ ଏହି ପ୍ରତିଯୋଗିତାରେ ଭାଗନେବେ। ସେହିପରି ଓଡ଼ିଶାରୁ ସର୍ବମୋଟ ୭୮ ଜଣ କ୍ରୀଡ଼ାବିତ୍ ପ୍ରତିଯୋଗିତାରେ ଭାଗ ନେବେ। ଓଡ଼ିଶାରୁ ଭାଗ ନେଉଥିବା କ୍ରୀଡ଼ାବିତ୍‌ ମାନଙ୍କ ମଧ୍ୟରୁ ୪୩ ଜଣ ପୁରୁଷ କ୍ରୀଡ଼ାବିତ୍‌ ରହିଥିବା ବେଳେ ୩୫ ଜଣ ମହିଳା କ୍ରୀଡ଼ାବିତ୍‌ ରହିଛନ୍ତି।
ଓଡ଼ିଶାରେ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍ ଆୟୋଜିତ ହେବା ସମ୍ବନ୍ଧରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, ଆସନ୍ତା ଡିସେମ୍ବର ୭ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଠାରେ ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଓଡ଼ିଶାରୁ ସର୍ବମୋଟ ୭୮ଜଣ କ୍ରୀଡ଼ାବିତ୍‌ ପ୍ରତିଯୋଗିତାରେ ଭାଗ ନେବେ। ସମସ୍ତ କ୍ରୀଡ଼ାବିତ୍‌ମାନେ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିବେ ବୋଲି ମୁଁ ଆଶା କରୁଛି।
ପ୍ରକାଶଯୋଗ୍ୟ ଯେ, ଚଳିତ ବର୍ଷ ଓଡ଼ିଶାରେ ୨୭ତମ ନ୍ୟାସନାଲ ଫେଡେରେସନ ସିନିୟର ଆଥଲେଟିକ୍ସ, ୭୦ତମ ଓଡ଼ିଶା ରାଜ୍ୟ ସିନିୟର ଓ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍ ଏବଂ ୩୫ତମ ଇଷ୍ଟଜୋନ୍‌ ଜୁନିୟର ଆଥଲେଟିକ୍ସ ଚାମ୍ପିୟାନସିପ୍ ଆଦି କ୍ରୀଡ଼ା ପ୍ରତିଯୋଗିତା ମଧ୍ୟ ଆଗରୁ ଅନୁଷ୍ଠିତ ହୋଇସାରିଛି।
ଅମ୍ଳାନ ଦାସ
ଲୋକସମ୍ପର୍କ ଅଧିକାରୀ

Leave a Reply

Your email address will not be published. Required fields are marked *

Suchana Tv @2025. All Rights Reserved || Developed By CBSPL