Sunday, 17 May 2026
ଅର୍ଥନୀତି ଜାତୀୟ

୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

 

ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ – ଧର୍ମେନ୍ଦ୍ର ପ୍ରଧାନ

  • ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ
  • ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ
  • ଓଡ଼ିଶା ସମେତ ଭାରତରେ ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ
  • ସ୍ଥାନୀୟ ଲୋକମାନଙ୍କର ଥିବା ଦୀର୍ଘ ଦିନର ଆଶା ଓ ଆପେକ୍ଷା ପୂରଣ ହେବାକୁ ଯାଉଛି
  • ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟ
  • ବିଦ୍ୟାଳୟ ସ୍ତରରେ ଶିକ୍ଷାର ମାନରେ ଉନ୍ନତି ହେବ, ଛାତ୍ରଛାତ୍ରୀଙ୍କ ମାନସିକ, ଶାରିରୀକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ

 

ନୂଆଦିଲ୍ଲୀ/ଭୁବନେଶ୍ୱର, ଡିସେମ୍ବର ୦୬ –  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟ ମଞ୍ଜୁର ପ୍ରଦାନ କରାଯାଇଛି । ଆଗାମୀ ଦିନରେ ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ସମ୍ପ୍ରସାରଣ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ ।  ଏହା ଦ୍ୱାରା ଏକବିଂଶ ଶତାବ୍ଦୀର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ । ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ । ଛାତ୍ରଛାତ୍ରୀ ବିଶେଷ ଭାବରେ ଏସସି, ଏସଟି ଓ ଓବିସି ବର୍ଗର ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ । ବିଦ୍ୟାଳୟ ସ୍ତରରେ ଶିକ୍ଷାର ମାନରେ ଉନ୍ନତି ହେବ । ଛାତ୍ରଛାତ୍ରୀଙ୍କ ମାନସିକ, ଶାରିରୀକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ । ସ୍ଥାନୀୟ ଅଞ୍ଚଳରେ ଅନେକ ନିଯୁକ୍ତି ସୃଷ୍ଟି ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଓଡ଼ିଶାର ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବାର ନିଷ୍ପତି ଦ୍ୱାରା ସ୍ଥାନୀୟ ଲୋକମାନଙ୍କର ଥିବା ଦୀର୍ଘ ଦିନର ଆଶା ଓ ଆପେକ୍ଷା ପୂରଣ ହେବାକୁ ଯାଉଛି । ଓଡ଼ିଶାରେ ଶିକ୍ଷାର ବିକାଶ ଓ  ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ଏହି ନିର୍ଣ୍ଣୟ ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି ।

ଅଧିକ ବିବରଣୀ ପାଇଁ ଦେଖନ୍ତୁ:  https://ajiradunia.in/wp-content/uploads/2024/12/KVs-for-Odisha.jpeg

Leave a Reply

Your email address will not be published. Required fields are marked *

Suchana Tv @2025. All Rights Reserved || Developed By CBSPL