Sunday, 17 May 2026
ଭୁବନେଶ୍ୱର

ନିଜ ବାସଭବନରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ….

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା

ନିଜ ବାସଭବନରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଅଭିଯୋଗ ଶୁଣିଲେ, ସମାଧାନର ଆଶ୍ବାସନା ଦେଲେ

ଭୁବନେଶ୍ବର
03.12.2024

ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ଶ୍ରୀ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି ।

ଆଜି ସକାଳେ ତାଙ୍କ ବାସଭବନକୁ କିଛି ଲୋକ ସେମାନଙ୍କ ଅଭିଯୋଗ ନେଇ ଆସିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଅଭିଯୋଗ ଶୁଣିଥିଲେ। ଅଭିଯୋଗକାରୀଙ୍କ ମଧ୍ୟରେ କେତେ ଜଣ ଦିବ୍ୟାଙ୍ଗ ମଧ୍ୟ ଆସିଥିଲେ। ଆଜି ହେଉଛି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ । ଏହି ଅବସରରେ ଦିବ୍ୟାଙ୍ଗମାନେ ତାଙ୍କ ଘରକୁ ଆସିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଥମେ ସମ୍ବର୍ଦ୍ଧିତ କରିଥିଲେ ଓ ପରେ ସେମାନଙ୍କ ସମସ୍ୟା ଶୁଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ ।

ସେମାନଙ୍କ ମଧ୍ୟରେ ଥିଲେ କଟକ ବାଉଁଶଗଳିର ଦିବ୍ୟାଙ୍ଗ ଶେଖ୍ ରେହେମାନ। ସେ ଭୁବନେଶ୍ବରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଏକ ତିନି-ଚକିଆ ସାଇକେଲରେ ଯାତ୍ରା ଆରମ୍ଭ କରୁଛନ୍ତି। ସେ ଆସିଥିଲେ ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଶୁଭେଚ୍ଛା ପାଇ ତାଙ୍କର ଯାତ୍ରା ଆରମ୍ଭ କରିବାକୁ। ମୁଖ୍ୟମନ୍ତ୍ରୀ ତାଙ୍କର ଯାତ୍ରା ପାଇଁ ଶୁଭକାମନା ଜଣାଇଥିଲେ ।

Tag:

Leave a Reply

Your email address will not be published. Required fields are marked *

Suchana Tv @2025. All Rights Reserved || Developed By CBSPL